୨୦ ବେଳକୁ ଲଘୁଚାପରେ ପରିଣତ ହୋଇପାରେ ଘୂର୍ଣ୍ଣିବଳୟ ।

୨୦ ବେଳକୁ ଲଘୁଚାପରେ ପରିଣତ ହୋଇପାରେ ଘୂର୍ଣ୍ଣିବଳୟ । ୨୦ ଓ ୨୧ରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ।

ବଙ୍ଗୋପ ସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ପୁଣି ବର୍ଷା ସମ୍ଭାବନା । ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା-ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଗଂଜାମ, ଗଜପତି, କନ୍ଧମାଳ ଏବଂ କଳାହାଣ୍ଡି । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତାକାଲି ୧୯ ତାରିଖରେ ଏହି ଜିଲ୍ଲା ଗୁଡ଼ିକ ସହିତ ନୟାଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଭଦ୍ରକ, ଯାଜପୁର, ବାଲେଶ୍ୱର ଓ ମୟୂରଭଞ୍ଜରେ ମଧ୍ୟ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୦ ତାରିଖ ଆଡ଼କୁ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇପାରେ । ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ ସୃଷ୍ଟି ହୋଇପାରେ । ତାର ପ୍ରଭାବରେ ୨୦ ଓ ୨୧ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Comments are closed.