ଆଠଗଡ: ଆଠଗଡ ଅବକାରୀ ଉପଅଧିକ୍ଷକ ପ୍ରମୋଦ କୁମାର ପଣ୍ଡାଙ୍କ ତତ୍ତ୍ୱାବଧାନରେ ଅବକାରୀ ଚଢ଼ାଉ କରାଯାଇ ଗଞ୍ଜେଇ ସହ ଜଣକୁ ଗିରଫ କରାଯାଇଥିବା ଜଣାପଡିଛି। ଆଠଗଡ ଥାନା ଅନ୍ତର୍ଗତ ଖୁଣ୍ଟକଟା ନିକଟସ୍ଥ ତାରେଣୀ ଛକଠାରେ ଚଢ଼ାଉ କରାଯାଇ ୯ କେଜି ଗଞ୍ଜେଇ ସହ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ବିଭାଗ ସୂତ୍ରରୁ ପ୍ରକାଶ। ଗିରଫ ଅଭିଯୁକ୍ତ ହେଲେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ମାରକଲି ଗ୍ରାମର ପ୍ରମୋଦ ଦିଗଲ (୩୮)। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୯୦ ହଜାର ଟଙ୍କା ହେବ ବୋଲି ଜଣାପଡିଛି।
Sign in
Sign in
Recover your password.
A password will be e-mailed to you.
Comments are closed.