ନୟାଗଡ଼ : ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାର ଇନଡୋର ଷ୍ଟାଡିୟମ ଠାରେ ଆୟୋଜିତ ଜୁମ୍ବା ଓ ଯୋଗ ଉତ୍ସବକୁ ଜିଲ୍ଲାପାଳ, ନୟାଗଡ଼ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷା, ପୌର ପରିଷଦ, ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା କ୍ରୀଡା ଅଧିକାରୀ, କାର୍ଯ୍ୟ ନିର୍ବାହୀ ଅଧିକାରୀ, ପୌର ପରିଷଦ ନୟାଗଡ଼ ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ କ୍ଲବ, ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ଅନୁଷ୍ଠାନର ତିନିଶହରୁ ଉର୍ଦ୍ଧ୍ୱ ମହିଳା ଆନନ୍ଦ ଓ ଉତ୍ସାହର ସହ ଅଂଶ ଗ୍ରହଣ କରିଥିଲେ l
ରିପୋର୍ଟ-ସନାତନ ମହାକୁଡ଼

Comments are closed.