ଭୁବନେଶ୍ଵର : ଆଜି ରାଜଧାନୀ ପାଳୁଛି ୭୮ତମ ପ୍ରତିଷ୍ଠା ଦିବସ। ଏଥିପାଇଁ ଗତକାଲିଠୁ ସଜେଇ ହୋଇଛି ରାଜଧାନୀ। ରଙ୍ଗୀନ ଆଲୋକମାଳାରେ ଝଲସି ଉଠୁଛି ସ୍ମାର୍ଟ ସିଟିର ପ୍ରମୁଖ ସରକାରୀ କୋଠ, ଲୋକସେବା ଭବନଠୁ ଆରମ୍ଭ କରି ବିଧାନସଭା ସୌଧ ପର୍ଯ୍ୟନ୍ତ ସବୁଠି ଦେଖିବାକୁ ମିଳିଛି ଆଲୋକ ମାଳାର ସାଜସଜ୍ଜା ।
୧୯୪୮ରୁ ପ୍ରତିବର୍ଷ ଅପ୍ରେଲ ୧୩ ତାରିଖ ଦିନ, “ଭୁବନେଶ୍ୱର ପ୍ରତିଷ୍ଠା ଦିବସ ବା ରାଜଧାନୀ ପ୍ରତିଷ୍ଠା ଦିବସ” ଭାବରେ ପାଳନ କରାଯାଏ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ୧୯୪୬ ମସିହାରେ ଭୁବନେଶ୍ୱରକୁ ଏକ ମନହୋର ନଗରୀରେ ଗଢ଼ି ଲୋଳିବାର ନକ୍ସା ପ୍ରସ୍ତୁତ କରିଥିଲେ ଜର୍ମାନୀର ସ୍ଥପତି ଓ ପ୍ଲାନର “ଅଟୋକଏନ୍ସ ବର୍ଗର”। ୧୯୪୮ ମସିହା ଅପ୍ରେଲ ୧୩ତାରିଖ ଦିନ ଭୁବନେଶ୍ୱରରେ ନୂଆ ରାଜଧାନୀର ପ୍ରତିଷ୍ଠା ଫଳକ ତତ୍କାଳିନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ କରକମଳରେ ସ୍ଥାପିତ ହୋଇଥିଲା ।
ଏହି ଅବସରରେ ବିଧାନସଭା ଆଗରେ ଥିବା ରାଜଧାନୀ ଶିଳାନ୍ୟାସରେ ମାଲ୍ୟାର୍ପଣ ସହିତ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଚଳିତବର୍ଷ ୧୩ ଓ ୧୪ ତାରିଖ ଦୁଇ ଦିନ ଧରି ପାଳନ ହେବ ରାଜଧାନୀ ପ୍ରତିଷ୍ଠା ଦିବସ । ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଏମସି ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜୟଦେବ ଭବନରେ ଏକ ସ୍ୱତନ୍ତ୍ର ଫଟୋ ଚିତ୍ର ପ୍ରଦର୍ଶନୀର ଆୟୋଜନ କରାଯାଇଛି ।
Sign in
Sign in
Recover your password.
A password will be e-mailed to you.