ଭୁବନେଶ୍ବର : ଗ୍ରୀଷ୍ମ ସମୟରେ ମୌସୁମି ଆସିବା ପର୍ଯ୍ୟନ୍ତ ବକେୟା ବିଲ୍ ଥିଲେ ମଧ୍ୟ କୌଣସି ଘରୋଇ ଗ୍ରାହକଙ୍କ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରାଯିବ ନାହିଁ ବୋଲି ଶକ୍ତି ବିଭାଗ ଦାୟିତ୍ବରେ ଥିବା
ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି। ସେ କହିଛନ୍ତି ଯେ, ବିଲ୍ ପୈଠ ନକରିବା କାରଣରୁ କୌଣସି ବିଦ୍ୟୁତ୍ ବିତରଣ କମ୍ପାନୀ ଘରୋଇ ଗ୍ରାହକଙ୍କ ବିଦ୍ୟୁତ୍ କାଟ୍ କରିପାରିବେ ନାହିଁ।
କେବଳ ଅତ୍ୟାବଶ୍ୟକ ମରାମତି କିମ୍ବା ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସାମୟିକ ଭାବେ ବିଦ୍ୟୁତ୍ କାଟ୍ ହୋଇପାରିବ। ସମସ୍ତ ପୂର୍ବ ନିର୍ଦ୍ଧାରିତ ବିଦ୍ୟୁତ୍ କାଟ୍ ସମ୍ପର୍କରେ ଗ୍ରାହକଙ୍କୁ ଏସଏମଏସ୍ ଆଲର୍ଟ ଏବଂ ପବ୍ଲିକ୍ ଆଡ୍ରେସ୍ ସିଷ୍ଟମ୍ ମାଧ୍ୟମରେ ଆଗୁଆ ସୂଚନା ଦେବା ବାଧ୍ୟତାମୂଳକ। ବିତରଣ କମ୍ପାନୀ ଗୁଡ଼ିକ ସେମାନଙ୍କ କର୍ମଚାରୀଙ୍କୁ ଏହି ନିର୍ଦେଶ ସମ୍ପର୍କରେ ଅବଗତ କରାନ୍ତୁ। ଘୋଷଣାର କଡ଼ାକଡ଼ି ଅନୁପାଳନ ନିଶ୍ଚିତ କରିବା ପାଇଁ ଏକ ଦୃଢ଼ ମନିଟରିଂ ବ୍ୟବସ୍ଥା ପ୍ରତିଷ୍ଠା କରିବାକୁ ଉପମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।
Comments are closed.