ଭୁବନେଶ୍ୱର : କାଲିଠୁ ଖୋର୍ଦ୍ଧା ଜିଲ୍ଲାରେ ସ୍କୁଲ ଛୁଟି। ଆସନ୍ତାକାଲିଠାରୁ ୨୩ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା ହୋଇଛି। ଅସହ୍ୟ ଖରାକୁ ଦେଖି ଛୁଟି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଘୋଷଣା କରାଯାଇଛି। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଯଦି କୌଣସି ସ୍କୁଲ୍ ରେ ପରୀକ୍ଷା ଥାଏ ତାହା ଚାଲୁ ରହିବ । ଭୟଙ୍କର ହିଟ୍ ୱେଭକୁ ଦେଖି ପୂର୍ବରୁ ୮ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା ହୋଇଥିଲା। ସମ୍ବଲପୁର, ନୂଆପଡ଼ା, ଝାରସୁଗୁଡ଼ା, ନବରଙ୍ଗପୁରରେ ଆସନ୍ତା ୨୦ରୁ ସ୍କୁଲ ଛୁଟି ଘୋଷଣା ହୋଇଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି। ଏସବୁ ଜିଲ୍ଲାରେ ଅଙ୍ଗନବାଡ଼ି କେନ୍ଦ୍ର ଓ ବୈଷୟିକ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ ଓ କଲେଜ୍।