ଭୁବନେଶ୍ୱର : ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଜାତିର ସ୍ୱାଭିମାନ ଓ ଗୌରବର ପ୍ରତୀକ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ମୁଖ୍ୟ ପୁରୋଧା ଭାବେ ତାଙ୍କର ଅବଦାନ ଅତୁଳନୀୟ। ଓଡ଼ିଶାରେ ନୂତନ ରାଜନୈତିକ ଚେତନା ସୃଷ୍ଟି କରିବା ସହ ଓଡ଼ିଆ ଜାତିର ସ୍ୱାର୍ଥରକ୍ଷା ଓ ଉନ୍ନତି ପାଇଁ ମଧୁବାବୁ ନିଜର ସର୍ବସ୍ୱ ତ୍ୟାଗ କରିଥିଲେ। ଛାତ୍ର ଜୀବନଠାରୁ ଆରମ୍ଭ କରି ଶେଷ ନିଶ୍ୱାସ ପର୍ଯ୍ୟନ୍ତ ତାଙ୍କ ଜୀବନ ଥିଲା ସଂଘର୍ଷମୟ। ନିଜର ନିରନ୍ତର ସଂଗ୍ରାମ ଜରିଆରେ ସେ ସାରା ଭାରତବର୍ଷରେ ଓଡ଼ିଆ ଜାତି ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ତାଙ୍କରି ଦୂରଦୃଷ୍ଟି ଯୋଗୁଁ ହିଁ ଓଡ଼ିଆ ଜାତି ଆଜି ଦେଶରେ ଏକ ମର୍ଯ୍ୟାଦାପୂର୍ଣ୍ଣ ଆସନ ହାସଲ କରିପାରିଛି। ଆଜି ବିଧାନସଭା ପରିସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ମହାନ ଜନନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଅବସରରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଭୁବନେଶ୍ୱର (ଏକାମ୍ର) ବିଧାୟକ ଶ୍ରୀ ବାବୁ ସିଂ, ସରକାରୀ ଦଳ ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାଶ, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି, ପୂର୍ବତନ ବିଧାୟକ ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ଉତ୍କଳ ସମ୍ମିଳନୀର ବରିଷ୍ଠ କାର୍ଯ୍ୟକର୍ତ୍ତା, ପୂଜ୍ୟପୂଜା ସଂସଦର ପ୍ରତିନିଧି, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି ଉତ୍କଳଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
Sign in
Sign in
Recover your password.
A password will be e-mailed to you.
Comments are closed.