ଭୁବନେଶ୍ଵର : ଆସୁଛି ଲଘୁଚାପ, ଭିଜିବ ସାରା ଓଡ଼ିଶା। କାରଣ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇ କହିଛି, ସମୁଦ୍ର ପତନ ଠାରୁ ଦେଢ଼ କିମି ଉଚ୍ଚ ଯାଏଁ ଘୂର୍ଣ୍ଣିବଳୟ ବ୍ୟାପିଛି। ଏହା ଆହୁରି ଘନୀଭୂତ ହୋଇ ୧୨ କିମ୍ବା ୧୩ ତାରିଖ ବେଳକୁ ଲଘୁଚାପର ରୂପ ନେଇପାରେ।
ପରେ ପରେ ଅବପାତର ରୂପ ନେବାର ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତାସହ ଆସନ୍ତା ୨୪ ଘଂଟାରେ ସାରା ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନାକୁ ଦେଖି ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତାକାଲି ୨୦ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନାକୁ ପାଇଁ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।