ଭୁବନେଶ୍ଵର : ୧୦ଟି ପ୍ରସ୍ତାବରେ ରାଜ୍ୟ କ୍ୟାବିନେଟ୍ ମୋହର। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। କୋର୍ଟରେ ମହିଳା ଗ୍ରୁପ୍-ଡି କର୍ମଚାରୀ ଜୁନିଅର୍ କ୍ଲର୍କ୍ ହୋଇପାରିବେ। ନିୟମିତ ହେବ କୋର୍ଟ ମ୍ୟାନେଜର ପଦବୀ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ହାଇକୋର୍ଟ ଓ ଜିଲ୍ଲା କୋର୍ଟରେ ନିଯୁକ୍ତି ମିଳିବ। ନୂଆ ‘ଓଡ଼ିଶା ମେରିନ୍ ଫିସିଂ ରେଗୁଲେସନ୍ ଆକ୍ଟ ୨୦୨୬ ଆସିବ। ଯେଉଁଥିରେ ବେଆଇନ୍ ମାଛଧରା ବନ୍ଦ ହେବ। ଆର୍କିଓଲୋଜିକାଲ୍ କ୍ୟୁରେଟର୍ ସର୍ଭିସ୍ ରୁଲ୍ ୨୦୨୬ରେ ନିଯୁକ୍ତି ଓ ପଦୋନ୍ନତି ନିୟମ ତିଆରି ହେବ।ST-SC ବିଭାଗରେ ମିନିଷ୍ଟେରିଆଲ୍ ନିଯୁକ୍ତି ନିୟମ ବଦଳିଛି। ଫଳରେ ସର୍କଲ୍ ଇନସ୍ପେକ୍ଟରଙ୍କ ପଦୋନ୍ନତି ସହଜ ହେବ। 854 କୋଟିର ପାୱାର୍ ପ୍ରୋଜେକ୍ଟକୁ ମିଳିଛି ଅନୁମତି। ଓପିଟିସଏଲ ୪୦୦କେଭି ଗ୍ରିଡ୍ ଷ୍ଟେସନ୍ ଓ ଟ୍ରାନ୍ସମିସନ୍ ଲାଇନ୍ କରିବ।ପେଟ୍ରୋଲ୍ ପମ୍ପ୍ ଲାଇସେନ୍ସ ସହଜ ହେବ। ଇଜ ଅଫ ଡୁଇଂ ବିଜନେସରେ ରିଟେଲ୍ ସେଲ୍ ଲାଇସେନ୍ସ ଆଉ ଦରକାର ନାହିଁ, କଲେକ୍ଟର ଏନୋସି ଯଥେଷ୍ଟ। ଏଥିସହ ଲ’ କମିଶନଙ୍କ ରିପୋର୍ଟ ଆଧାରରେ ଆଇନ ବିଭାଗର ୩୫୮ ଆମେଣ୍ଡମେଣ୍ଟ ଆକ୍ଟ ଉଚ୍ଛେଦ ହୋଇଯିବ।