ଭୁବନେଶ୍ବର :ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ ବନ୍ଦ ପାଇଁ ନିର୍ଦ୍ଦେଶ। ଶ୍ରମିକମାନଙ୍କୁ କାମରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗର ନିର୍ଦ୍ଦେଶ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଓ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ପୂର୍ତ୍ତ ବିଭାଗ ଇଆଇସିଙ୍କ ଚିଠି ।
ଶ୍ରମିକଙ୍କ ପାଇଁ ରେଷ୍ଟ ସେଡ୍ , ପାନୀୟ ଜଳ ଓ ଫାଷ୍ଟ ଏଡ୍ କରିବାକୁ ନିର୍ଦ୍ଦେଶ। ଅପ୍ରୀତିକର ପରିସ୍ଥିତି ଉପୁଜିବା ପୂର୍ବରୁ ସଚେତନତା ସୃଷ୍ଟି ପାଇଁ ପରାମର୍ଶ ଦିଆଯାଇଛି। କିଛି ସ୍ଥାନରେ ଏହି ସମୟରେ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ କରାଯାଉଥିବା ଗଣମାଧ୍ୟମ ସୂତ୍ରରୁ ସରକାରଙ୍କ ଦୃଷ୍ଟିକୁ ଆସିବା ପରେ ଏହି ନିର୍ଦ୍ଦେଶ ଜାରି କରାଯାଇଛି।