ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ପ୍ରଭାବ। ୧୦ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ। ଆଗାମୀ ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ବିଜୁଳି ଘଡଘଡି ସହ ୫୦ରୁ ୬୦ କିମି ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ସେହିପରି ୧୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ୪୦ରୁ ୫୦ କିମି ବହିବା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ମୌସୁମୀ ମଧ୍ୟ ଆଗକୁ ବଢୁଛି। ଗତକାଲି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ କର୍ଣ୍ଣାଟକ, ତାମିଲନାଡୁ ସମେତ ଆରବ ସାଗର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି।