ଭୁବନେଶ୍ୱର : ଆସନ୍ତା ୨୧ରୁ ୩୦ ପର୍ଯ୍ୟନ୍ତ ସମସ୍ତ ଗ୍ରାମ ପଞ୍ଚାୟତରେ ‘ସୁଭଦ୍ରା ଶକ୍ତି ସମାବେଶ’ ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ମହିଳା ସଶକ୍ତୀକରଣ ଓ ଜୀବିକା ସୁଯୋଗ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ। ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାଙ୍କୁ ବିଭିନ୍ନ ସରକାରୀ ଯୋଜନା, ଆର୍ଥିକ ଅନ୍ତର୍ଭୁକ୍ତୀକରଣ, ଦକ୍ଷତା ବିକାଶ, ବଜାର ସଂଯୋଗ ଏବଂ ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଓ ‘ମହାଲକ୍ଷପତି ଦିଦି’ ସୃଷ୍ଟି ଦିଗରେ ସଚେତନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ରାଜ୍ୟବ୍ୟାପୀ ଆୟୋଜିତ ହେବାକୁ ଥିବା ‘ସୁଭଦ୍ରା ଶକ୍ତି ସମାବେଶ’ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ସମସ୍ତ ଜିଲାର କ୍ଷେତ୍ରସ୍ତରୀୟ ଅଧିକାରୀଙ୍କ ସହ ଆଭାସି ମାଧ୍ୟମରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହାପରେ ମିଶନ ଶକ୍ତି ଭବନର ସମ୍ମିଳନୀ ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ସହ ଏକ ସ୍ୱତନ୍ତ୍ର ବାର୍ତ୍ତାଳାପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ୩୦ଟି ଜିଲାରୁ ୩୦୦ରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଅଂଶଗ୍ରହଣ କରିଥିଲେ। କ୍ଷେତ୍ରସ୍ତରରୁ ମିଳୁଥିବା ଅନୁଭୂତି, ମତାମତ ଓ ପରାମର୍ଶ ଆଧାରରେ ମିଶନ ଶକ୍ତିର କାର୍ଯ୍ୟକ୍ରମଗୁଡ଼ିକୁ ଆହୁରି ପ୍ରଭାବଶାଳୀ ଓ ଫଳପ୍ରଦ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
Sign in
Sign in
Recover your password.
A password will be e-mailed to you.
Comments are closed.