ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଆଜି ପାଇଁ ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା ଓ ଗଜପତି। ୯ ଜିଲାରେ ବଜ୍ରପାତ ସହ ବର୍ଷା ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଡ଼ ପବନ ବହିବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗ ଅନୁସାରେ, କଳାହାଣ୍ଡି, ନୂଆପଡା, ବଲାଙ୍ଗିର, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ସେହିପରି ଆସନ୍ତାକାଲି ମାଲକାନଗିରି, ଜୋରାପୁଟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବଜ୍ରପାତ ସମୟରେ ଖୋଲା ସ୍ଥାନରେ ନ ରହିବା, ଗଛ ତଳେ ଆଶ୍ରୟ ନ ନେବା ଏବଂ ଆବଶ୍ୟକ ନଥିଲେ ଘରୁ ବାହାରକୁ ନଯିବାକୁ ପରାମର୍ଶ ଦିଆଯାଇଛି।
Comments are closed.