ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

0

ଗଜପତି (ମନୋଜ ପାଢ଼ୀ):ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ କରିଥିଲେ।

ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ- ୧୩୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୧୦ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୨୨ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

Leave A Reply

Your email address will not be published.