ନୀତିକାନ୍ତିରେ ସମୟାନୁବର୍ତ୍ତିତା, ରଥ ଓ ଯାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ବ ଦିଆଯିବ: ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର : ଭୁବନେଶ୍ୱର ଲୋକସେବା ଭବନରେ ରଥଯାତ୍ରା ପାଇଁ କରାଯାଇଥିବା ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରଥଯାତ୍ରା ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ୧୯ ଆଇ ପି ଏସ ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି। ନୀତିକାନ୍ତିରେ ସମୟାନୁବର୍ତ୍ତିତା, ରଥ ଓ ଯାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ବ ଦିଆଯିବ। ଭିଡ଼ ନିୟନ୍ତ୍ରଣ ଏବଂ ଅଗ୍ନିଶମ ସେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଏହା ବ୍ୟତୀତ, ୧୭୦୦ ବାୟୋ-ଟଏଲେଟ, ୮ଟି ଅସ୍ଥାୟୀ ହସ୍ପିଟାଲ ରହିବ। ୬୫ ଏଲଇଡି ସ୍କ୍ରିନ୍, ୪୭୦ CCTV, ୧୬ ସ୍ଥାୟୀ ଟେଲିକମ ଟାୱାର କରାଯିବ। ଗୁଣ୍ଡିଚା ମନ୍ଦିରରେ ଦର୍ଶନର ସୁବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଦିବ୍ୟାଙ୍ଗ, ବୟୋଜ୍ୟେଷ୍ଠ ଓ ଶ୍ରଦ୍ଧାଳୁଙ୍କ ଦର୍ଶନ ସୁବିଧା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.