ଗଜପତି,ତା.୧୩.୦୭.୨୦୨୬(ମନୋଜ ପାଢ଼ୀ)-: ଗଜପତି ଜିଲ୍ଲା ରାୟଗଡ ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା,ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମାହାପାତ୍ର ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ରାୟଗଡ଼ ପଞ୍ଚାୟତ ସମିତିର ସମୁଦାୟ ମୋଟ- ୩୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୪ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା – ୧୭ ଗୋଟି ଅଭିଯୋଗ ଆସିଥିଲା , ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୩ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ, ଉପ-ଅଧ୍ୟକ୍ଷ ଶ୍ରୀଯୁକ୍ତ ଜ୍ୟୋତି ପ୍ରସାଦ ପାଣି,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.