ଗଜପତି,୧୪.୭(ମନୋଜ ପାଢ଼ୀ) – : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ପ୍ୟାଲେସ ରୋଡ଼ସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନ ଶ୍ରୀ ସତ୍ୟସାଇ ବିଦ୍ୟା ବିହାରରେ ବିଦ୍ୟୁତ୍ ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିଲା । ଖବର ପାଇ ପାରଳାଖେମୁଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ନିଆଁକୁ ଆୟତ୍ତ କରିଥିଲେ । ଏହି ଘଟଣାରେ କୌଣସି ଛାତ୍ରଛାତ୍ରୀ କିମ୍ବା କର୍ମଚାରୀ ଆହତ ହୋଇନଥିବା ସୂଚନା ମିଳିଛି । ବିଦ୍ୟାଳୟ କମ୍ପ୍ୟୁଟର ରୁମ୍ରେ ସର୍ଟ ସର୍କିଟ୍ରୁ ନିଆଁ ଲାଗିଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ସକାଳେ ବିଦ୍ୟାଳୟ ଖୋଲିବା ପରେ ପ୍ରାର୍ଥନା ସାରି ଛାତ୍ରଛାତ୍ରୀ ମାନେ ଶ୍ରେଣୀଗୃହକୁ ଯାଉଥିବା ବେଳେ ହଠାତ୍ ବିଦ୍ୟାଳୟର କମ୍ପ୍ୟୁଟର ରୁମ୍ରୁ ଧୂଆଁ ବାହାରୁଥିବା ଦେଖାଯାଇଥିଲା । ପରିସ୍ଥିତିକୁ ଅନୁଭବ କରି ଶିକ୍ଷକମାନେ ତୁରନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ସ୍ଥାନାନ୍ତର କରିବା ସହ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ । ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ତୁରନ୍ତ ପହଞ୍ଚି ନିଆଁକୁ ସଫଳତାର ସହ ଆୟତ୍ତ କରିଥିଲେ ।
Sign in
Sign in
Recover your password.
A password will be e-mailed to you.