ବିକଶିତ ଓଡ଼ିଶା ଗଠନ ପାଇଁ NEP ଅପରିହାର୍ଯ୍ୟ: ନିତ୍ୟାନନ୍ଦ ଗଣ୍ଡ

0

ନବରଙ୍ଗପୁର: ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଗଠନ ପାଇଁ ଜାତୀୟ ଶିକ୍ଷା ନୀତି ଅନୁଯାୟୀ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଅତ୍ୟନ୍ତ ଆବଶ୍ୟକ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି। ନବରଙ୍ଗପୁର ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି)ର ବାର୍ଷିକ ଉତ୍ସବରେ ଯୋଗଦେଇ ସେ କହିଥିଲେ, ଜାତୀୟ ଶିକ୍ଷା ନୀତିର ପ୍ରଭାବଶାଳୀ କାର୍ଯ୍ୟକାରିତା ଆଗାମୀ ପିଢ଼ିର ଭବିଷ୍ୟତ ଗଠନରେ ନିର୍ଣ୍ଣାୟକ ଭୂମିକା ନେବ।

ମନ୍ତ୍ରୀ କହିଥିଲେ, ଗୁଣାତ୍ମକ ପ୍ରାଥମିକ ଶିକ୍ଷା ପ୍ରଦାନ ସହ ଦକ୍ଷ ଓ ଉତ୍ତମ ଶିକ୍ଷକ ସୃଷ୍ଟିରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏହି ଅବସରରେ ପ୍ରତିଷ୍ଠାନ ପକ୍ଷରୁ ‘ପ୍ରଶ୍ନ ପୋକ’ ପଡ୍କାଷ୍ଟ ଏବଂ ‘ଶାମୁକା’ ମୁଖପତ୍ରର ଶୁଭ ଉନ୍ମୋଚନ କରାଯାଇଥିଲା। କାର୍ଯ୍ୟକ୍ରମରେ ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଗୌରୀଶଙ୍କର ମାଝୀ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିବା ବେଳେ ଶିକ୍ଷାବିତ, ଶିକ୍ଷକ, ଶିକ୍ଷୟିତ୍ରୀ ଓ ପ୍ରଶିକ୍ଷାର୍ଥୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.