ଭୁବନେଶ୍ଵର:ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର। ଚଳଚଞ୍ଚଳ ହୋଇ ଉଠିଛି ରାଜ୍ୟର ସମସ୍ତ ଶୈବପୀଠ। ଶିବାଳୟରେ ଭକ୍ତଙ୍କ ନାହିଁନଥିବା ଭିଡ ଦେଖିବାକୁ ମିଳିଛି। ସକାଳୁ ସକାଳୁ କାଉଡିଆମାନେ ମହାଦେବଙ୍କ ନିକଟରେ ଜଳଲାଗି କରୁଛନ୍ତି। ଭୁବନେଶ୍ବରର ଲିଙ୍ଗରାଜ, ପୁରୀର ଲୋକନାଥ, ନୟାଗଡର ଲଡୁବାବା, ଢେଙ୍କାନାଳର କପିଳାସ ମନ୍ଦିର ଓ କଟକର ଧବଳେଶ୍ବର ପୀଠରେ ଭକ୍ତଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଛି। ଭକ୍ତଙ୍କ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।