ଗଜପତି,୧୪.୮(ମନୋଜ ପାଢ଼ୀ):- ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସିଟିସି ସଂଯୋଜକ ଶକ୍ତି ପ୍ରସାଦ ପଟ୍ଟନାୟକ, ଏସଡବ୍ଳଡବ୍ଳଏସର ପ୍ରକଳ୍ପ ମ୍ୟାନେଜର ପି.ସୁନିତା, ସଂଯୋଜକ ସୁନୀଲ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ଏଚଆଇଭି / ଏଡ଼ସର ଭୟାବହତା ଓ ସଚେତନତା ନିମନ୍ତେ ସୂଚନା,ଶିକ୍ଷା ଓ ଯୋଗାଯୋଗ ଵା ପ୍ରଚାର ପ୍ରସାରକୁ ବ୍ୟାପକ କରିବା ପାଇଁ ଦୁଇ ମାସିଆ କାର୍ଯ୍ୟକ୍ରମ ଆନ୍ତର୍ଜାତିକ ଯୁବ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ଉଦଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏଡସର କାରଣ, ନିରାକରଣ, ଇତିହାସ ଓ ଦେଶ,ରାଜ୍ୟ, ଜିଲ୍ଲାରେ ଏଡ଼ସ ରୋଗୀ ସଂଖ୍ୟା ବିଷୟରେ ଛାତ୍ରଛାତ୍ରୀଙ୍କୁ ସୂଚନା ପ୍ରଦାନ କରାଯାଇଥିଲା।ଏହି ଅବସରରେ ଏସଟିଆଇ ଓ ଆରଟିଆଇ ବିଷୟରେ ସମସ୍ତଙ୍କୁ ଅବଗତ କରାଯାଇଥିଲା। ଏଡ଼ସ ରୋଗୀଙ୍କ ପ୍ରତି ସ୍ନେହ ଓ ସମ୍ମାନ ପ୍ରଦର୍ଶନ କରିବା ପାଇଁ ସମସ୍ତଙ୍କୁ ଉତ୍ସାହିତ କରାଯାଇଥିଲା । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ପଟ୍ଟନାୟକଙ୍କ ଅଧକ୍ଷତାରେ କାର୍ଯ୍ୟକ୍ରମଟି ଆୟୋଜିତ ହୋଇଥିବା ବେଳେ ଯୁବ ରେଡକ୍ରସର ସଂଯୋଜିକା କଳ୍ପନା ପଣ୍ଡା ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ପରିଶେଷରେ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ପ୍ରଶ୍ନୋତ୍ତରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ।
Sign in
Sign in
Recover your password.
A password will be e-mailed to you.