ଗଜପତି,୨୧.୦୯ (ମନୋଜ ପାଢ଼ୀ):ଗଜପତି ଜିଲ୍ଲାରେ ଆଜି ସ୍ଵତନ୍ତ୍ର ସଘନ ସଂଶୋଧନ-୨୦୨୬ ଅଧୀନରେ ପ୍ରସ୍ତୁତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ପ୍ରକାଶ କରାଯାଇଛି। ଏଥି ଅନୁଯାୟୀ ବର୍ତ୍ତମାନ ମୋଟ ଭୋଟରଙ୍କ ସଂଖ୍ୟା 4,33,952ରେ ପହଞ୍ଚିଲା ।
ଅତିରିକ୍ତ ଜିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ମୁନିଦ୍ର ହୋନନାଗା ଅଧକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ନିର୍ବାଚନ ବିଭାଗ ଅମିତ ବିଶ୍ୱାଳ, ଡେପୁଟି କଲେକ୍ଟର ପାରଳାଖେମୁଣ୍ଡି କ୍ରୀତି ସାଇ ଶୁକ୍ଲା,ଜିଲ୍ଲାର ସମସ୍ତ ରାଜନୈତିକ ଦଳର ଜନ ପ୍ରତିନିଧି ଓ ଗଣମାଧ୍ଯମ ପ୍ରତିନିଧି ଗଣ ଉପସ୍ଥିତ ଥିଲେ। ଗଜପତି ଜିଲ୍ଲାରେ ୨ ଗୋଟି ବିଧାନସଭା ନିର୍ବାଚନମଣ୍ଡଳୀ, ଯଥା ୧୩୬- ମୋହନା (ସଂରକ୍ଷିତ) ଓ ୧୩୭-ପାରଳାଖେମୁଣ୍ଡି ରହିଛି। ଏହି ସଂଶୋଧନ ପାଇଁ ୦୧.୦୭.୨୦୨୬ କୁ ଯୋଗ୍ୟତା ତାରିଖ ଭାବେ ଧାର୍ଯ୍ୟ କରାଯାଇଥିଲା। ସଂଶୋଧନ ପ୍ରକ୍ରିୟା ସମୟରେ ବୁଥ୍ ସ୍ତରୀୟ ଅଧିକାରୀମାନେ ଘରକୁ ଘର ଯାଇ ଭୋଟରଙ୍କ ତଥ୍ୟ ଯାଞ୍ଚ ଓ ସତ୍ୟାପନ କରିଥିଲେ। ୦୫.୦୭.୨୦୨୬ରେ ଖସଡ଼ା ଭୋଟର ତାଲିକା ପ୍ରକାଶ କରାଯିବା ପରେ ଦାବି ଓ ଆପତ୍ତି ଗ୍ରହଣ କରାଯାଇଥିଲା ଏବଂ ନିର୍ଦ୍ଧାରିତ ପ୍ରକ୍ରିୟାରେ ସେଗୁଡ଼ିକର ନିଷ୍ପତ୍ତି ନିଆଯାଇଛି।
ଚୂଡ଼ାନ୍ତ ଭୋଟର ତାଲିକା ଅନୁଯାୟୀ ୧୩୬- ମୋହନା(ସଂରକ୍ଷିତ) ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟରଙ୍କ ସଂଖ୍ୟା ମୋଟ -୨୩୨୬୬୨ ସେଥିମଧ୍ୟରୁ ପୁରୁଷ ସଂଖ୍ୟା -୧୧୪୩୭୪, ମହିଳା ସଂଖ୍ୟା- ୧୧୮୨୮୪ ଓ ତୃତୀୟ ଲିଙ୍ଗ ୪ ଜଣ ରହିଛନ୍ତି।
୧୩୭-ପାରଳାଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟର ସଂଖ୍ୟା- ୨୦୧୨୯୦ ସେଥି ମଧ୍ୟରୁ ପୁରୁଷ ସଂଖ୍ୟା ୧୦୦୦୦୪, ମହିଳା ସଂଖ୍ୟା ୧୦୧୨୭୩ ଓ ତୃତୀୟ ଲିଙ୍ଗ ୧୩ ଜଣ ରହିଛନ୍ତି।
ଜିଲ୍ଲାରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ଅଧୀନରେ ଚୂଡ଼ାନ୍ତ ଭୋଟର ତାଲିକା ମୋଟ – ୪୩୩୯୫୨ ,ସେଥିମଧ୍ୟରୁ ପୁରୁଷ ସଂଖ୍ୟା- ୨୧୪୩୭୮, ମହିଳା ସଂଖ୍ୟା ୨୧୯୫୫୭ ଓ ତୃତୀୟ ଲିଙ୍ଗ ୧୭ ଜଣ ରହିଛନ୍ତି।
Sign in
Sign in
Recover your password.
A password will be e-mailed to you.