ଗଜପତି,୧।୧୦(ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ,ଗଜପତି ପକ୍ଷରୁ ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକ ଦିବସ-୨୦୨୬ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ବରିଷ୍ଠ ନାଗରିକମାନଙ୍କର ନାମ ପଞ୍ଜୀକରଣ କରାଯିବା ସହ ଯୋଗଗୁରୁଙ୍କ ତତ୍ତ୍ୱାବଧାନରେ ଯୋଗାଭ୍ୟାସ କରାଯିବା ସହ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା। ଏହି ଅବସରରେ ବିଭିନ୍ନ ବିଶେଷଜ୍ଞ ଡାକ୍ତରମାନେ ଯୋଗଦେଇ ବରିଷ୍ଠ ନାଗରିକମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ମାଗଣାରେ ଔଷଧ ବିତରଣ କରିଥିଲେ। କାର୍ଯ୍ୟକ୍ରମରେ ମୋଟ ୧୫୩ ଜଣ ବରିଷ୍ଠ ନାଗରିକ ଯୋଗ ଦେଇଥିବା ବେଳେ ୮୨ ଜଣଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା।ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନୀନ୍ଦ୍ର ହନାଗାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ସାଂସଦ ବ୍ରହ୍ମପୁର ଡଃ.ପ୍ରଦୀପ କୁମାର ପାଣିଗ୍ରାହୀ ଯୋଗ ଦେଇଥିବା ବେଳେ ସମ୍ମାନନୀୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବିରଞ୍ଚି ବାଗ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଗଜପତି ଶ୍ରୀ ଦୟାମୟ ପାଢୀ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡଃ. ପ୍ରଦୀପ କୁମାର ମହାପାତ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା ମଙ୍ଗରାଜଙ୍କ ସମେତ ବରିଷ୍ଠ ନାଗରିକ ମଞ୍ଚ ଓ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରତିନିଧିମାନେ ଯୋଗ ଦେଇଥିଲେ।ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଶ୍ରୀ ଉତ୍ସର୍ଗୀତା ବଡରଇତ କାର୍ଯ୍ୟକ୍ରମର ବିବରଣୀ ପ୍ରଦାନ କରିବା ସହ ମଞ୍ଚ ପରିଚାଳନା କରିଥିଲେ। ବରିଷ୍ଠ ନାଗରିକମାନଙ୍କ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ଶ୍ରୀ ଅଶୋକ କୁମାର ଦାଶ, ଶ୍ରୀ ଅର୍ଜୁନ ଦଳାଇ ଓ ଶ୍ରୀ ସୂର୍ଯ୍ୟକାନ୍ତ ପଟ୍ଟନାୟକଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା।ଏଥି ସହ ପୂର୍ବରୁ ଆୟୋଜିତ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଶ୍ରୀ ଜଗନ୍ନାଥ ଓଡ଼ିଶୀ କଳାକେନ୍ଦ୍ରର କଳାକାରମାନଙ୍କ ଦ୍ୱାରା ଆକର୍ଷଣୀୟ ନୃତ୍ୟ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମରେ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଏଲ୍. ସନ୍ତୋଷ କୁମାର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କର୍ମଚାରୀ ଏବଂ ଆଶ୍ରା ଜରାଶ୍ରମର କର୍ମକର୍ତ୍ତାମାନେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.