ସରପଞ୍ଚ ଓ ନାଏବ ସରପଞ୍ଚଙ୍କୁ ମିଳିବ ସମ୍ମାନ ରାଶି: ମୁଖ୍ୟମନ୍ତ୍ରୀଙ୍କ ୫୬ କୋଟି ମଞ୍ଜୁର

0

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମ ପଞ୍ଚାୟତ ସ୍ତରରେ ନିର୍ବାଚିତ ଜନପ୍ରତିନିଧି ରୂପେ କାର୍ଯ୍ୟରତ ସରପଞ୍ଚ ଓ ନାଏବ ସରପଞ୍ଚଙ୍କ ପାଇଁ ଛଅ ମାସର ସମ୍ମାନ ରାଶି (Honorarium) ମଂଜୁର କରିଛନ୍ତି। ଏଥିପାଇଁ ସମୁଦାୟ ୫୬ କୋଟି ୫୫ ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ ନିମନ୍ତେ ମଂଜୁର ହୋଇଛି।

ସୂଚନାଯୋଗ୍ୟ ଯେ, ପିଛିଲା ୦୧.୦୪.୨୦୨୬ ରୁ ୩୦.୦୯.୨୦୨୬ ପର୍ଯ୍ୟନ୍ତ, ୬ ମାସର ଏହି ସମ୍ମାନ ରାଶି ପ୍ରଦାନ କରାଯିବ। ସରପଞ୍ଚମାନେ ୧୦ ହଜାର ଟଙ୍କା ଓ ନାଏବ ସରପଞ୍ଚ ମାନେ ୪ ହଜାର ଟଙ୍କା ଲେଖାଏଁ ଏହି ସମ୍ମାନ ରାଶି ପାଇବେ।

Leave A Reply

Your email address will not be published.