ଗଜପତି,୩୧.୧୦(ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଅର୍ଣ୍ଣବ ବାତ୍ୟା ପରବର୍ତ୍ତୀ ଉଦ୍ଧାର ଓ ପୁନରୁଦ୍ଧାର କାର୍ଯ୍ୟର ସ୍ଥିତି ପରଖିବା ସହ ଦୁର୍ଗମ ଅଞ୍ଚଳର ଲୋକଙ୍କ ସମସ୍ୟା ବୁଝିବା ପାଇଁ ଗଜପତି ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ ଓ ଉପ ଜିଲ୍ଲାପାଳ ସୁଶ୍ରୀ ଭାଗବତ ଶ୍ୟାମଲ କଲ୍ୟାଣରାଓ ପାହାଡ଼ ଚଢ଼ି ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ଗ୍ରାମ ପଞ୍ଚାୟତର ଦୁର୍ଗମ ଗଙ୍ଗାବାଡ଼ ଅଞ୍ଚଳ ଗସ୍ତ କରିଥିଲେ।ଏହି ଗସ୍ତ ସମୟରେ ଅଧିକାରୀମାନେ ଅଞ୍ଚଳରେ ଚାଲିଥିବା ଉଦ୍ଧାର ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିବା ସହ ସ୍ଥାନୀୟ ଲୋକଙ୍କ ବିଭିନ୍ନ ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ଅବଗତ ହୋଇଥିଲେ। ଏଥିସହ ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ଏବଂ ଆବଶ୍ୟକୀୟ ସହାୟତା ଯୋଗାଇଦେବା ଦିଗରେ ଉଚିତ ପଦକ୍ଷେପ ଗ୍ରହଣ କରିବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।ଜିଲ୍ଲାପାଳଙ୍କ ଏହି ଗସ୍ତ ସମୟରେ ଗୋଷାଣି ବିଡିଓ ଶ୍ରୀ ଗୌରଚନ୍ଦ୍ର ପଟ୍ଟନାୟକ, ପାରଳାଖେମୁଣ୍ଡି ତହସିଲଦାର ଶ୍ରୀ ନାରାୟଣ ବେହେରାଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି କ୍ଷେତ୍ର ଅନୁଧ୍ୟାନ କାର୍ଯ୍ୟରେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.