ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ପରଲୋକ

0

ଭୁବନେଶ୍ୱର : ଭୁବନେଶ୍ୱର ଏମ୍‌ସର ପ୍ରତିଷ୍ଠାତା ନିର୍ଦ୍ଦେଶକ, ତଥା ଦେଶର ସ୍ୱନାମଧନ୍ୟ ଚିକିତ୍ସକ ପଦ୍ମଶ୍ରୀ ଡ଼.ଅଶୋକ ମହାପାତ୍ରଙ୍କର ସୋମବାର ୭୪ ବର୍ଷ ବୟସରେ ପରଲୋକ ହୋଇଯାଇଛି । ମସ୍ତିଷ୍କ କର୍କଟ ରୋଗରେ ପିଡ଼ୀତ ଥାଇ ସେ ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଥିଲେ । ସୋମବାର ରାତି ୯.୧୫ ମିନିଟ୍‌ରେ ସେ ଶେଷନିଶ୍ୱାସ ତ୍ୟାଗ କରିଥିଲେ ।
ଜଣେ ଶିଶୁ ସ୍ନାୟୁଶଲ୍ୟ ବିଶେଷଜ୍ଞ ଭାବେ ସାରା ଦେଶରେ ତାଙ୍କର ବେଶ୍ ପରିଚିତି ଥିଲା । ସେ ଦିଲ୍ଲୀ ଏମ୍‌ସ ନ୍ୟୁରୋ ସର୍ଜରୀ ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ କରି ବେଶ୍ ପ୍ରଶଂସା ସାଉଁଟିଥିଲେ । ଲକ୍ଷ୍ନୌ ସ୍ଥିତ ସଂଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍ସର ନିର୍ଦ୍ଦେଶକ ଭାବେ ମଧ୍ୟ ସେ କାର୍ଯ୍ୟ କରିଥିଲେ । ୨୦୧୭ ମସିହାରେ ଦିଲ୍ଲୀ ଏମ୍‌ସଠାରେ ଓଡ଼ିଶାର ଯୋଡ଼ାମୁଣ୍ଡ ଶିଶୁ ଜଗା-ବଳିଆଙ୍କ ଅସ୍ତ୍ରୋପଚାର ତାଙ୍କ ତତ୍ତ୍ୱାବଧାନରେ ହୋଇଥିଲା । ୨୦୧୨ରୁ ୨୦୧୬ ପର୍ଯ୍ୟନ୍ତ ସେ ଭୁବନେଶ୍ୱର ଏମ୍‌ସର ନିର୍ଦ୍ଦେଶକ ଭାବେ ସଫଳତାର ସହ କାର୍ଯ୍ୟ କରିଥିଲେ । ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ତାଙ୍କୁ ୨୦୨୪ମସିହାରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.