ଜିଲ୍ଲାସ୍ତରୀୟ ନିର୍ବାଚନୀ ସାକ୍ଷରତା ଉପଲକ୍ଷେ ପ୍ରବନ୍ଧ ଓ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ।

0

ଗଜପତି,୨୩.୧୧( ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ଗଜପତି ଜିଲ୍ଲାରେ ନିର୍ବାଚନୀ ସାକ୍ଷରତା କ୍ଲବ୍ ଅଧୀନରେ ଜିଲ୍ଲାସ୍ତରୀୟ ପ୍ରବନ୍ଧ ଲିଖନ ଓ କୁଇଜ୍ ପ୍ରତିଯୋଗିତା ଆଜି ପାରଳାଖେମୁଣ୍ଡିସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଠାରେ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାର ୧୩୬-ମୋହନା (ଏସ୍‌ଟି) ଓ ୧୩୭-ପାରଳାଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀ ସ୍ତରରେ ପ୍ରବନ୍ଧ ଓ କୁଇଜ୍ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ନିର୍ବାଚନ ପଞ୍ଜୀକରଣ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନୀନ୍ଦ୍ର ହନାଗାଙ୍କ ଉପସ୍ଥିତିରେ ଏହି ପ୍ରତିଯୋଗିତା ହୋଇଥିଲା। ପ୍ରତ୍ୟେକ ନିର୍ବାଚନମଣ୍ଡଳୀରୁ ପ୍ରବନ୍ଧ ଲିଖନ ଓ କୁଇଜ୍ ବର୍ଗରେ ଶ୍ରେଷ୍ଠ ୧୦ ଜଣ ଲେଖାଏଁ ପ୍ରତିଯୋଗୀଙ୍କୁ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ କରାଯାଇଛି। ଛାତ୍ରଛାତ୍ରୀଙ୍କ ମଧ୍ୟରେ ନିର୍ବାଚନୀ ସାକ୍ଷରତା ବୃଦ୍ଧି, ଗଣତାନ୍ତ୍ରିକ ମୂଲ୍ୟବୋଧର ପ୍ରଚାର, ମତଦାନର ଗୁରୁତ୍ୱ, ନୈତିକ ମତଦାନ ଏବଂ ନିର୍ବାଚନୀ ପ୍ରକ୍ରିୟା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏହି ପ୍ରତିଯୋଗିତାର ମୁଖ୍ୟ ଉଦ୍ଦେଶ୍ୟ ଥିଲା।ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ଡେପୁଟି କଲେକ୍ଟର ଶ୍ରୀମତୀ ସୁଚିସ୍ମିତା ମାଝୀ, ନିର୍ବାଚନ ବିଭାଗର ଡେପୁଟି କଲେକ୍ଟର ଶ୍ରୀ ଅମିତ ବିଶ୍ୱାଳ, ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା, ଅଧ୍ୟାପକ -ଅଧ୍ୟାପିକା ଏବଂ ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟର କର୍ମଚାରୀମାନେ ଯୋଗ ଦେଇଥିଲେ।

Leave A Reply

Your email address will not be published.