ଓଡ଼ିଶାରୁ ଫେରିଯିବ ମୌସୁମୀ; ୨୦ରେ ଲଘୁଚାପ, ଅଧିକ ଘନୀଭୂତ ନେଇ ବଢ଼ିଲା ଆଶଙ୍କା

ଭୁବନେଶ୍ବର : ଆସନ୍ତା ୨ ଦିନ ମଧ୍ୟରେ ପୂର୍ବ ଭାରତୀୟ ରାଜ୍ୟଗୁଡ଼ିକର ଅନେକ ଅଞ୍ଚଳରୁ ମୌସୁମୀ ଅପସାରଣ ହେବା ପାଇଁ ପାଗ ଅନୁକୂଳ ହେବାରେ ଲାଗିଛି। ଏହାଭିତରେ ରହିଛି ଓଡ଼ିଶା। ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ଏବେ ସକ୍ରିୟ ରହିଥିବା ବେଳେ ରାଜ୍ୟରୁ ମୌସୁମୀ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଯିବ। ଆସନ୍ତା ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରୁ ମୌସୁମୀ ବାୟୁ ଅପସାରଣ ହେବା ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) କହିଛି। ତେବେ ଓଡ଼ିଶାରୁ ମୌସୁମୀ ଫେରିବା ଖବର ଲଘୁଚାପକୁ ଅଧିକ ଶକ୍ତିଶାଳୀ କରିବ ଓ ଘନୀଭୂତ ହେବାର ଆଶଙ୍କାକୁ ଦୃଢ଼ୀଭୂତ କରୁଛି।

ଏଥିସହ ୧୮ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ବବର୍ତୀ ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଆହୁରି ଅଧିକ ସକ୍ରିୟ ହେବ ବୋଲି ସୂଚନା ମିଳିଛି। ଆଇଏମ୍‌ଡିର ଆକଳନ ଅନୁଯାୟୀ, ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ମୁହାଁଇ ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ୨୦ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି।

Comments are closed.