ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଥିଲେ ବି ୪୦୦ ତଳେ ରହିଛି ଓ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇ ସାଢ଼େ ୫ ହଜାର ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୮୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩୮୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୧,୨୧୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୦୮ରେ ପହଞ୍ଚିଛି। ଏଥିରେ କେରଳ ପିଛିଲା ଭାବେ ଜଣଙ୍କ ମୃତ୍ୟୁ ସାମିଲ କରିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୫,୨୧୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫,୩୯୫ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯୯,୦୨୮,୧୯୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୨,୮୩,୦୮୧ଟି ନମୁନା।
Comments are closed.