ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ପୁଣି କିଛି ହ୍ରାସ ପାଇ ଅଢ଼େଇ ଶହ ତଳେ ରହିଛି ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ହ୍ରାସ ପାଇ ଥିଲେ ବି ୫ ହଜାର ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୨୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୨୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୩,୩୯୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୨୮ରେ ପହଞ୍ଚିଛି। ଏହି ମୃତ୍ୟୁ ଓଡ଼ିଶାରେ ହୋଇଥିବା ରେକର୍ଡ କରାଯାଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୮,୨୩୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୫୨୯ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୯୩,୩୦,୫୪୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୯୮,୬୩୨ଟି ନମୁନା।
Comments are closed.