ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ରବିବାର(୨୬ ତାରିଖ) ସନ୍ଧ୍ୟା ୬ଟାରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ ଶ୍ରୀମତୀ ମୁର୍ମୁ। ଏହା ପରେ କଡ଼ା ସୁରକ୍ଷା ବଳୟରେ ରାଜଭବନ ଯିବେ। ସେଠାରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି। ୨୭ ତାରିଖ ସକାଳେ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ପାରାଦୀପ ଯିବେ। ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଉଦ୍ଘାଟନ କରିବେ। ପାରାଦୀପରୁ ଅପରାହ୍ନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେଠାରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଫେରିଯିବେ। ଆଜି ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ପୁଲିସ ପକ୍ଷରୁ କାରକେଡ୍ ରିହର୍ସାଲ କରାଯାଇଥିଲା। ଏଥିରେ ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଡିସିପି ପ୍ରତୀକ ସିଂହ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ସାମିଲ ଥିଲେ।
Sign in
Sign in
Recover your password.
A password will be e-mailed to you.
Comments are closed.