ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି

ଭୁବନେଶ୍ଵର : ଭାରତର ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ଓଡ଼ିଶା ଲୋକଭବନଠାରେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି ସମ୍ବର୍ଦ୍ଧିତ କରିଛନ୍ତି। ଶୁକ୍ରବାର ଦିନ ମାନ୍ୟବର ଉପ-ରାଷ୍ଟ୍ରପତିଙ୍କ ଏକ ଦିନିଆ ଓଡ଼ିଶା ଗସ୍ତ ଅବସରରେ ଉପ-ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଲୋକଭବନର ନ୍ୟୁ ଅଭିଷେକ ହଲ୍ ଠାରେ ଏକ ଔପଚାରିକ ଭୋଜି ଆୟୋଜିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଥମ ମହିଳା ଜୟଶ୍ରୀ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ସହଧର୍ମିଣୀ ଡ଼ାକ୍ଟର ପ୍ରିୟଙ୍କା ମାରାଣ୍ଡି, ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମାନ୍ୟବର ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମାନ୍ୟବର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ମାନ୍ୟବର ସାଂସଦ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀ ଯୋଗଦେଇ ଥିଲେ।

Comments are closed.