ଯବାନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯।୧: ଯବାନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ଏନେଇ ସେ ଏକ୍ସରେ ଲେଖିଛନ୍ତି, “ଜମ୍ମୁ-କାଶ୍ମୀରରେ କାର୍ଯ୍ୟରତ ଥିବା ନୟାଗଡ଼ ଜିଲ୍ଲା ଆନନ୍ଦପଲ୍ଲୀ ଗାଁର ବୀର ଯବାନ ଜିତୁ ବେହେରାଙ୍କ ଅକାଳ ବିୟୋଗରେ ମୁଁ ଗଭୀର ଭାବେ ମର୍ମାହତ । ଦେଶର ସୁରକ୍ଷା ପାଇଁ ନିଜକୁ ସମର୍ପିତ କରିଥିବା ଜଣେ ଓଡ଼ିଆ ପୁଅକୁ ହରାଇବା ଆମ ରାଜ୍ୟ ତଥା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି । ଭାରତୀୟ ସେନାରେ ତାଙ୍କର ନିଷ୍ଠାପର ସେବା ଏବଂ ଅତୁଲ୍ୟ ଦେଶପ୍ରେମ ଯୁବପିଢ଼ିଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ । ଏହି ଦୁଃଖଦ ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାର ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।”

Comments are closed.