ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଭିନ୍ନ ରୂପ। ଓଡ଼ିଆ ପକ୍ଷ ସମାବର୍ତ୍ତନ ଉତ୍ସବ କାର୍ଯ୍ୟକ୍ରମରେ ବଂଶୀ ବାଦନ କଲେ ମୁଖ୍ୟମନ୍ତ୍ରୀ। ସାଧାରଣତଃ ପ୍ରଶାସନିକ କାର୍ଯ୍ୟ ଏବଂ ରାଜନୈତିକ କାର୍ଯ୍ୟକ୍ରମରେ ବ୍ୟସ୍ତ ରହୁଥିବା ମୁଖ୍ୟମନ୍ତ୍ରୀଙ୍କୁ ଏକ ଭିନ୍ନ ରୂପରେ ଦେଖିବାକୁ ମିଳିଛି।
ଓଡ଼ିଆ ପକ୍ଷର ସମାବର୍ତ୍ତନ ଉତ୍ସବରେ ପ୍ରଦର୍ଶିତ ହୋଇଥିବା ଲୋକକଳାର ବାଦ୍ୟଯନ୍ତ୍ର ପ୍ରଦର୍ଶନୀ ବୁଲିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଂଶୀ ଟିଏ ଦେଖାଇଥିଲେ। ମୁଖ୍ୟମନ୍ତ୍ରୀ ସେହି ବଂଶୀ ବାଦନ କରିବାକୁ ଚେଷ୍ଟା କରିଥିଲେ।
ଏହି ସମୟରେ ସେଠାରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।
Comments are closed.