ଆଜି ଦେଶରେ ୩୪୭ ନୂଆ କୋଭିଡ୍‌-୧୯ ସଂକ୍ରମଣ; ୩ ମୃତ୍ୟୁ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ହ୍ରାସ ପାଇ ୪୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସାଢ଼େ ପ୍ରାୟ ସାଢ଼େ ୫ ହଜାର ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୪୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩୪୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୦,୮୩୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୦୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୪,୭୧୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫,୫୧୬ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୮୯,୫୬,୯୦୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୨,୬୭,୧୭୦ଟି ନମୁନା।

Comments are closed.