ଭୁବନେଶ୍ବର: ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପକୁ ନେଇ ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ(ଡିପିଆର) ଚୂଡ଼ାନ୍ତ ହୋଇଥିବା ନେଇ ବୁଧବାର ଜଣାପଡ଼ିଛି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରାୟ ୨୬କିଲୋମିଟର ମଧ୍ୟରେ ୧୮ଟି ଷ୍ଟେସନ ରହିବ ବୋଲି ଡିପିଆରରୁ ଜଣାପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ୍(ଡିଏମଆରସି) ଡିପିଆର ପ୍ରସ୍ତୁତ କରିଛି। ଡିଏମଆରସି ଦ୍ୱାରା ଭୁବନେଶ୍ୱରରେ ସର୍ଭେ କରିବା ପରେ ଡିଏମ୍ଆରସି ପକ୍ଷରୁ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଦାଖଲ କରାଯାଇଛି। ରିପୋର୍ଟ ଅନୁସାରେ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ୍ ୨୬କିମି ପର୍ଯ୍ୟନ୍ତ ଚାଲିବ। ଏଥିରେ ବିଜୁ ପଟ୍ଟନାୟକ ବିମାନ ବନ୍ଦର ଓ ତ୍ରିଶୁଳିଆ ସମେତ ୨୦ଟି ଷ୍ଟେସନ ରହିବ। ଉଭୟ ଆରମ୍ଭ ଓ ଶେଷ ଷ୍ଟେସନ ମଝିରେ କ୍ୟାପିଟାଲ ହସ୍ପିଟାଲ, ଶିଶୁ ଭବନ ଛକ, ବାପୁଜୀ ନଗର, ଭୁବନେଶ୍ୱର ରେଳଷ୍ଟେସନ, ରାମମନ୍ଦିର ଛକ, ବାଣୀବିହାର, ଆଚାର୍ଯ୍ୟ ବିହାର ଛକ, ଜୟଦେବ ବିହାର ଛକ, ଜାଭିୟର ଛକ, ରେଳ ସଦନ, ଡିଷ୍ଟ୍ରିକ୍ଟ ସେଂଟର, ଡମଣା ଛକ, ପଟିଆ ଛକ, କିଟ ଛକ, ନନ୍ଦନ ବିହାର, ରଘୁନାଥପୁର, ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ଫୁଲପୋଖରୀ ରହିବ।ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଉତ୍କଳ ଦିବସ ଅବସରରେ ମେଟ୍ରୋ ଟ୍ରେନ୍ ପ୍ରକଳ୍ପକୁ ଅନୁମୋଦନ କରିଥିଲେ। ଏତି ସହିତ ସେ ଭୁବନେଶ୍ୱର ବିମାନବନ୍ଦରରୁ କଟକର ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ଟ୍ରେନ୍ ଚଳାଚଳ କରିବ ଓ ପରବର୍ତ୍ତୀ ସମୟରେ ଖୋର୍ଦ୍ଧା ଓ କଟକ ସହ ଭୁବନେଶ୍ୱର ଓ କଟକ ସହର ଅନ୍ୟ ଅଂଚଳରେ ଚଳାଚଳ କରିବ ବୋଲି ଘୋଷଣା କରିଥିଲେ। ରାଜ୍ୟ ସରକାର ଗତ ୩ତାରିଖରେ ଭୁବନେଶ୍ୱର ମେଟ୍ରୋ ରେଳ ନିଗମ(ବିଏମଆରସିଏଲ) ପାଇଁ ବିଜ୍ଞପ୍ତି ଜାରି କରିବା ସହ ଏହାର ସିଇଓ ଓ ଜେନେରାଲ ମ୍ୟାନେଜର(ପ୍ରଶାସନ) ନିଯୁକ୍ତି ମଧ୍ୟ ଦେଇଥିଲେ।
Sign in
Sign in
Recover your password.
A password will be e-mailed to you.
Comments are closed.