ଆଜି ପାଇଁ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର : ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଅବପାତରେ ପରିଣତ ହୋଇଛି । ଏହାପରେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ମୁହାଁଇବା । ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ସହ କିଛି ସ୍ଥାନରେ ଅତି ପ୍ରବଳ ବର୍ଷିବ । ବିଶେଷ କରି ମୟୂରଭଂଜ , କେନ୍ଦୁଝର , ବାଲେଶ୍ୱର , ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ! ସେହିପରି ଆସନ୍ତାକାଲି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଛତିଶଗଡ଼ରେ ମଧ୍ୟ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଆଜି ପାଇଁ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ଆଜି ତଥା ୧୯ ତାରିଖରେ ଓଡ଼ିଶାରେ ସବୁଠାରୁ ଅଧିକ ବର୍ଷା ହେବ!.

Comments are closed.