ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୪.୫ ରୁ ୫.୬ କିମି ମଧ୍ୟରେ କାଲି ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୦ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି।ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା। ୯ଟି ଜିଲ୍ଲା (ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଗଂଜାମ, ଗଜପତି, କନ୍ଧମାଳ ଏବଂ କଳାହାଣ୍ଡି)କୁ ୟେଲୋ ୱାର୍ନିଂ ଜାରି କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦-୨୧ରେ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳ ରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା। ଲଘୁଚାପ ପ୍ରଭାବରେ ୨୦ରେ ଗଭୀର ସମୁଦ୍ର ଏବଂ ୨୧-୨୨ ରେ ଓଡିଶା ଉପକୂଳ ଅଶାନ୍ତ ରହିବ, ଏଣୁ ମତ୍ସ୍ୟଜୀବୀଙ୍କୁ ୨୦ ରୁ ସମୁଦ୍ର ମନା। ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
Sign in
Sign in
Recover your password.
A password will be e-mailed to you.
Comments are closed.