ଅମୃତକାଳ ପାଇଁ ମୂଳଦୁଆ ପକାଇବ ଚଳିତ ବର୍ଷ ବଜେଟ୍: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଭୁବନେଶ୍ଵର: ଅମୃତକାଳ ପାଇଁ ମୂଳଦୁଆ ପକାଇବ ଚଳିତ ବର୍ଷ ବଜେଟ। ଭୁବନେଶ୍ଵରରେ ବଜେଟ ପରବର୍ତ୍ତୀ ଆଲୋଚନାଚକ୍ରରେ ଯୋଗ ଦେଇ ଏହା କହିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଅର୍ଥମନ୍ତ୍ରୀ କହିଛନ୍ତି, ୨୦୨୩-୨୪ ବଜେଟ ଅମୃତକାଳର ପ୍ରଥମ ବଜେଟ। ଏଥିରେ କ୍ୟାପିଟାଲ ଇନଭେଷ୍ଟମେଣ୍ଟ ପାଇଁ ୧୦ ଲକ୍ଷ କୋଟି ବ୍ୟୟବରାଦ ହୋଇଛି। ରାଜ୍ୟଗୁଡ଼ିକ ଲାଗି ୫୦ ବର୍ଷ ଲାଗି ବିନା ସୁଧରେ ଋଣ ବ୍ୟବସ୍ଥା କରାଯାଇଛି।

କେନ୍ଦ୍ର ଅର୍ଥମନ୍ତ୍ରୀ କହିଛନ୍ତି, ଅନୁସୂଚିତ ଜାତି ଓ ଜନଜାତି ତଥା ଆଦିବାସୀଙ୍କ ବିକାଶ ଲାଗି ବଜେଟରେ ଗୁରୁତ୍ବ ଦିଆଯାଇଛି। ଆବାସ ଯୋଜନା, ହର ଘର୍ ନଲ ଆଦି ଯୋଜନାରୁ ସେମାନଙ୍କୁ ବହୁତ ଫାଇଦା ମିଳିବ। କେନ୍ଦ୍ର ସରକାରଙ୍କ ଡେଭଲପମେଣ୍ଟ ଗୋଲର କେନ୍ଦ୍ରରେ ରହିଛି ଏମଏସଏମଇ। ଦେଶର ସବୁ ଅଞ୍ଚଳର ବିକାଶକୁ ଗୁରୁତ୍ଵ ଦେଇ ପୂର୍ବରୁ ଆକାଙ୍କ୍ଷୀ ଜିଲ୍ଲା ଆରମ୍ଭ କରାଯାଇଥିଲା। ଚଳିତ ବଜେଟରୁ ଏହାକୁ ପୁନଶ୍ଚ ତୃଣମୂଳ ସ୍ତରକୁ ନେବାକୁ ୫୦୦ ଆକାଙ୍କ୍ଷୀ ବ୍ଳକ୍ ଚିହ୍ନଟ କରାଯାଇଛି । ଏସବୁ ଅଞ୍ଚଳରେ ମୌଳିକ ସୁବିଧା ସହ ଭିତ୍ତଭୂମି ବିକାଶକୁ ଗୁରୁତ୍ଵ ଦିଆଯିବ। ଟେକ୍ନୋଲୋଜିଭିତ୍ତିକ ବିକାଶ ଲାଗି ଶ୍ରମିକଙ୍କୁ ପ୍ରଶିକ୍ଷିତ କରାଯିବ। ଫସିଲ ଫୁଏଲରୁ ଗ୍ରିନ ଏନର୍ଜିକୁ ଟ୍ରାନସଫରମେସନ୍ ଲାଗି ବଜେଟରେ ଗୁରୁତ୍ବ ଦିଆଯାଇଛି।

Comments are closed.