ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ରାଜ୍ୟରେ ଆରମ୍ଭ ହେବ ଧାନ କିଣା । ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ମନ୍ତ୍ରୀ କହିଛନ୍ତି ଚାଷୀଙ୍କ ପାଇଁ ମଣ୍ଡି ଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା କରାଯାଇଛି । ଠିକ୍‌ ସମୟରେ ଗାଡି ପହଞ୍ଚାଇବା ପାଇଁ ମିଲ୍‌ ମାଲିକଙ୍କୁ କଡା ନିର୍ଦ୍ଦେଶ ଦିଆଯାଇଛି । ଧାନ କିଣା ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି । କଟନି ଛଟନି ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଆଜି ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।

Comments are closed.