ଦୁର୍ନୀତି ନିବାରଣ ପାଇଁ ବାଲେଶ୍ୱରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହେଲା ସାଧୁତାର ଶପଥ ପାଠ
ବାଲେଶ୍ୱର, ୨୭ ଅକ୍ଟୋବର ୨୦୨୬: ଦୁର୍ନୀତିମୁକ୍ତ ସମାଜ ଗଠନ ଏବଂ ସରକାରୀ କାର୍ଯ୍ୟରେ ସ୍ୱଚ୍ଛତା, ସଚ୍ଚୋଟତା ଓ ଉତ୍ତରଦାୟିତ୍ୱ ବଜାୟ ରଖିବା ଲକ୍ଷ୍ୟରେ ବାଲେଶ୍ୱର ଜିଲ୍ଲାରେ ସାଧୁତାର ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଜିଲ୍ଲା…