ଆର, ଉଦୟଗିରି,୯.୭(ମନୋଜ ପାଢ଼ୀ)-:ଗଜପତି ଜିଲ୍ଲା ରା. ଉଦୟଗିରି ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ତବାରସିଂଠାରେ ବନମହୋତ୍ସବ ସପ୍ତାହ ଉତ୍ସାହର ସହ ପାଳନ କରାଯାଇଛି। ଜିଲ୍ଲା ଜୁନିଅର ରେଡକ୍ରସ ଓ ରାମଗିରି ବନାଞ୍ଚଳ ବନ ବିଭାଗର ସହଯୋଗରେ ବିଦ୍ୟାଳୟ ପରିସରରେ ବିଭିନ୍ନ ପ୍ରଜାତିର ଚାରାରୋପଣ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏମ୍.କାମେଶ୍ୱର ରାଓ ଯୋଗଦେଇ ବୃକ୍ଷରୋପଣର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ ପରିବେଶ ସୁରକ୍ଷା ଏବଂ ସବୁଜିମା ବୃଦ୍ଧି ପାଇଁ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ଅତି କମ୍ରେ ଗୋଟିଏ ଗଛ ଲଗାଇ ତାହାର ଯତ୍ନ ନେବାକୁ ଆହ୍ୱାନ କରିଥିଲେ।
ବିଦ୍ୟାଳୟର ପ୍ରଧାନଶିକ୍ଷକ ପୁରୁଷୋତ୍ତମ ନାୟକଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ସୁଚାରୁରୂପେ ପରିଚାଳିତ ହୋଇଥିଲା। ଜୁନିଅର ରେଡକ୍ରସ (JRC) ପରାମର୍ଶଦାତା ମୁକ୍ତିକାନ୍ତ ମଲ୍ଲିକ୍ ବୃକ୍ଷରୋପଣ ସହ ପରିବେଶ ସଚେତନତାର ବାର୍ତ୍ତା ପ୍ରଦାନ କରି ଛାତ୍ରଛାତ୍ରୀମାନଙ୍କୁ ଚାରାଗୁଡ଼ିକର ନିୟମିତ ଯତ୍ନ ନେବା ଓ ପରିବେଶ ସୁରକ୍ଷାରେ ସକ୍ରିୟ ଭାବେ ସାମିଲ ହେବାକୁ ପ୍ରେରିତ କରିଥିଲେ।
ବିଦ୍ୟାଳୟର ଶିକ୍ଷକ,ବନ ବିଭାଗର କର୍ମଚାରୀ ଏବଂ ଛାତ୍ରଛାତ୍ରୀମାନେ ସକ୍ରିୟ ଭାବେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଶେଷରେ ପରିବେଶ ସୁରକ୍ଷାର ବାର୍ତ୍ତା ପ୍ରଚାର ସହ ରୋପଣ କରାଯାଇଥିବା ଚାରାଗୁଡ଼ିକର ନିୟମିତ ଯତ୍ନ ନେବା ପାଇଁ ସମସ୍ତେ ସଂକଳ୍ପ ଗ୍ରହଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post