ବନ୍ୟା କ୍ଷତିଗ୍ରସ୍ତଙ୍କୁ ମିଳିବ ୧୫ ଦିନର ରିଲିଫ୍

ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରବଳ ବନ୍ୟାରେ ରାଜ୍ୟବାସୀ କଲବଲ ହେଉଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାର ବାସିନ୍ଦା ପାଣି ଘେରରେ ରହି ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ତେବେ ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶମାର୍ଗରୁ ବନ୍ୟା ବିପନ୍ନଙ୍କ ସ୍ଥିତି ପରଖିଛନ୍ତି । ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁରର କୁଜଙ୍ଗ, ନାଉଗାଁ, ପୁରୀର ଗୋପ, ନିମାପଡ଼ା. ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଲାସ ଆଦି ତଳିଆ ଅଞ୍ଚଳର ବନ୍ୟା ସ୍ଥିତି ଅନୁଧ୍ୟାନ କରିଥିଲେ ।

ବନ୍ୟାରେ ରାଜ୍ୟର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ ଚାଷଜମି, ବାସଗୃହ କ୍ଷତିଗ୍ରସ୍ତ ହୋଇଛି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଗଭୀର ଚିନ୍ତାପ୍ରକଟ କରିଛନ୍ତି । ବନ୍ୟା ପାଣି ଛାଡ଼ିବାର ସାତ ଦିନ ମଧ୍ୟରେ ବନ୍ୟା ବିପନ୍ନଙ୍କ କ୍ଷୟକ୍ଷତିର ଆକଳନ କରାଯିବ । ଏହାପରେ ପନ୍ଦର ଦିନର ସହାୟତା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.