ଭୁବନେଶ୍ୱର : ଓଡ଼ିଶାରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ। ମୁଣ୍ଡଳୀ, ପାରାଦୀପ ଓ ଜଟଣୀ ପରେ ଭୁବନେଶ୍ୱରଭ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡିଆରେ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ ଶାହ।
ଓଡ଼ିଶାରେ ପହଞ୍ଚିଛନ୍ତି କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ। ନିର୍ଦ୍ଧାରିତ ସମୟ ସକାଳ ୧୦:୨୫ରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ ଶାହ। ଶାହଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିମାନବନ୍ଦରେ ସ୍ୱାଗତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଶହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବିଜେପି ପ୍ରଭାରୀ ବିଜୟ ପାଲ ସିଂ ତୋମାର, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ ଅନ୍ୟାନ୍ୟ ବିଜେପି ବିଧାୟକ, ସଂସଦ ଓ ମନ୍ତ୍ରୀ ଉପସ୍ଥିତ ଥିଲେ। ସ୍ୱାଗତ ପରେ ଶାହ ବିଏସ୍ଏଫ୍ ର ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ ମୁଣ୍ଡଳି ଅଭିମୁଖେ ବାହାରିଛନ୍ତି। ଶାହଙ୍କ ଗସ୍ତ ପାଇଁ ପୁଲିସ କମିଶନର ପକ୍ଷରୁ ସୁରକ୍ଷା କଡାକଡି କରାଯାଇଛି।