ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଲା ଟ୍ରଲର, ଦୁଇ ଗୁରୁତର

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ତୁରୁମୁଙ୍ଗା ବଜାରରେ ଭାରସାମ୍ୟ ହରାଇ ଏକ ଟ୍ରଲର ଜଳଖିଆ ଦୋକାନ ମଧ୍ୟକୁ ପଶିଯାଇଛି। ଫଳରେ ଦୋକାନଟି ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି। ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରାଯାଇଛି। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରଲର ଚାଳକ ଫେରାର ହୋଇଯାଇଛି। ତୁରୁମୁଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Comments are closed.