ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବିଦ୍ୟାଭାରତୀଙ୍କ ଜାମିନ ଆବେଦନ ଖାରଜ ।

0

ଗଜପତି,୧୮.୧୧(ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଅଭିଯୁକ୍ତ ବିଦ୍ୟାଭାରତୀଙ୍କ ଜାମିନ ଆବେଦନକୁ ଅଦାଲତ ଖାରଜ କରିଦେଇଥିବା ଜଣାପଡିଛି।ଉଲ୍ଲେଖଯୋଗ୍ୟ ଯେ, ଗତ ୨ ନଭେମ୍ବରରେ ବିଦ୍ୟାଭାରତୀ ପାରଳାଖେମୁଣ୍ଡି ଏସଡ଼ିଜେଏମଙ୍କ ଅଦାଲତରେ ଆତ୍ମସମର୍ପଣ କରିଥିଲେ। ପୂର୍ବରୁ ତାଙ୍କ ଅଗ୍ରିମ ଜାମିନ ଆବେଦନକୁ ଓଡ଼ିଶା ହାଇକୋର୍ଟ ମଧ୍ୟ ଖାରଜ କରିଥିଲେ।ନଭେମ୍ବର ୧୭ରେ ନିୟମିତ ଜାମିନ ଆବେଦନର ଶୁଣାଣି ଶେଷ ହୋଇଥିବା ବେଳେ ନଭେମ୍ବର ୧୮ରେ ତାଙ୍କର ଜାମିନ ଆବେଦନ ଖାରଜ ହୋଇଥିବା ସୂଚନା ମିଳିଛି।୨୦୨୧ ଜୁଲାଇ ମାସରେ ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ଏସିଏଫ୍ ସୌମ୍ୟରଞ୍ଜନ ଗୁରୁତର ଭାବେ ପୋଡ଼ି ହୋଇଯାଇଥିଲେ ଏବଂ ପରବର୍ତ୍ତୀ ସମୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ, ତତ୍କାଳୀନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାମରେ ଅଭିଯୋଗ ରହିଛି। ଅଭିଯୁକ୍ତ ତିନି ଜଣ ଏବେ ପାରଳାଖେମୁଣ୍ଡି ଉପକାରାଗାରରେ ବିଚାରଧୀନ କଏଦୀ ଭାବେ ଅଟକ ରହିଛନ୍ତି।ଦୀର୍ଘ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଚାଲିଥିବା ଏହି ବହୁଚର୍ଚ୍ଚିତ ମାମଲାରେ ମାନ୍ୟବର ଅଦାଲତଙ୍କ ରାୟ ପୁଣିଥରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ହୋଇଛି।

Leave A Reply

Your email address will not be published.