ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବିଜୁ ଜନତା ଦଳର ପ୍ରସ୍ତୁତି ବୈଠକ ।

0

ଗଜପତି (ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରର ରାମନଗର ହାଇଟେକ୍ ପ୍ଲାଜାସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତି ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ହାଇଟେକ୍ ଗ୍ରୁପ୍ ଅଧ୍ୟକ୍ଷ ଡ. ତିରୁପତି ପାଣିଗ୍ରାହୀ ଅଧ୍ୟକ୍ଷତା କରିଥିଲେ। ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନରେ ଦଳ କିପରି ବିଜୟ ହାସଲ କରିବ, ସେ ବିଷୟରେ ନେତା ଓ କର୍ମୀମାନଙ୍କୁ ବିଭିନ୍ନ ରଣନୀତି ଏବଂ ଦିଗ୍‌ଦର୍ଶନ ପ୍ରଦାନ କରାଯାଇଥିଲା।ଏହି ସାଧାରଣ ବୈଠକରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀଙ୍କ ସମେତ ଗଜପତି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ, ବିଭିନ୍ନ ବ୍ଲକର ଅଧ୍ୟକ୍ଷ, ଅଧ୍ୟକ୍ଷା, ସରପଞ୍ଚ, ସମିତି ସଭ୍ୟ, ବିଜେଡିର ବରିଷ୍ଠ ନେତା ଓ କର୍ମୀମାନେ ଯୋଗ ଦେଇଥିଲେ। ଏଥି ସହିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ ଛାତ୍ର ସଂସଦର ନବନିର୍ବାଚିତ ପ୍ରତିନିଧିମାନେ ମଧ୍ୟ ଉପସ୍ଥିତ ଥିଲେ।ବୈଠକରେ ଦଳର ସାଂଗଠନିକ ସ୍ଥିତିକୁ ଅଧିକ ସୁଦୃଢ଼ କରିବା, ତୃଣମୂଳ ସ୍ତରରେ କର୍ମୀମାନଙ୍କୁ ଏକଜୁଟ କରିବା ଏବଂ ଆଗାମୀ ନିର୍ବାଚନରେ ଦଳୀୟ ସଫଳତା ହାସଲ ପାଇଁ ସମନ୍ୱିତ ଭାବେ କାର୍ଯ୍ୟ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।ଏହି ବୈଠକ ଦଳୀୟ ନେତା, ଜନପ୍ରତିନିଧି ଓ ଯୁବ ନେତୃତ୍ୱଙ୍କ ମଧ୍ୟରେ ସମନ୍ୱୟ ବୃଦ୍ଧି ସହ ଆଗାମୀ ନିର୍ବାଚନ ନିମନ୍ତେ ଏକ ମିଳିତ ଦିଗଦର୍ଶନ ପ୍ରଦାନ କରାଯାଇଥିଲା।

Leave A Reply

Your email address will not be published.