ଗଜପତି ,୧୧.୧୧( ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ମହେନ୍ଦ୍ରଗିରି ଯିବା ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି।ସୂଚନା ଅନୁଯାୟୀ, ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଅଞ୍ଚଳରୁ ଦୁଇଜଣ ବ୍ୟକ୍ତି ଏକ ବାଇକ୍ ଯୋଗେ ମହେନ୍ଦ୍ରଗିରି ଦର୍ଶନ ପାଇଁ ଯାଉଥିଲେ। ତେବେ କଇଁପୁର ଗ୍ରାମ ନିକଟସ୍ଥ ଏକ ସେତୁ ଉପରେ ବାଇକ୍ ଚାଳକ ଗାଡ଼ିରୁ ନିୟନ୍ତ୍ରଣ ହରାଇଥିଲେ। ଫଳରେ ବାଇକ୍ଟି ସହ ଉଭୟେ ପୋଲ ତଳକୁ ଖସି ପଡ଼ିଥିଲେ।ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାପଡ଼ିଛି।ଏହି ଦୁଃଖଦ ଘଟଣାକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
Sign in
Sign in
Recover your password.
A password will be e-mailed to you.
Comments are closed.