ବିରଞ୍ଚିପୁର ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି

ଗଞ୍ଜାମ ବୁଗୁଡା ୧୬/୦୨/୨୬ : (ଡ. କୁମୁଦ ଚନ୍ଦ୍ର ବେହେରା) ବୁଗୁଡା ବ୍ଲକ ଅନ୍ତର୍ଗତ ବିରଞ୍ଚିପୁର ପଞ୍ଚାୟତରେ ଫେବୃଆରୀ ୧୬ ତାରିଖ ଦିନ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ମିଳିତ ଜନଶୁଣାଣିରେ ବୁଗୁଡା ତହସିଲଦାର ତାପସ ରାଉତ, ଆଇଆଇସି ସୀତାଂଶୁ ଶେଖର ମାନ୍ଧାତା, ଏବିଡିଓ ଧର୍ମରାଜ ପରିଡା ଓ ବିରଞ୍ଚିପୁର ସରପଞ୍ଚ ମନ୍ଦାକିନୀ ସେଠୀ ପ୍ରମୁଖ ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ମୋଟ ୨୮ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଥିରୁ ୨୪ ଟି ଅଭିଯୋଗ ବ୍ୟକ୍ତିଗତ ଓ ୪ ଟି ଗୋଷ୍ଠୀଗତ ଅଭିଯୋଗ ଥିଲା। ଶିବିରରେ ତତ୍କାଳୀନ ୨୪ ଟି ଅଭିଯୋଗ ସମାଧାନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସିଡିପିଓ, ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ, ବିଏସଏସଓ, ଏବିଇଓ, ବିଭିଓ, ବାଘୁଆ ସହକାରୀ ଯନ୍ତ୍ରୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ବୃନ୍ଦ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଜନଶୁଣାଣି ଅଫିସର ଜ୍ୟୋତି ରଞ୍ଜନ ସାହୁ ପରିଚାଳନା କରିଥିବା ବେଳେ ବିରଞ୍ଚିପୁର ପଞ୍ଚାୟତ ପିଇଓ, ଏଡିଇଓ ଙ୍କ ସମେତ ଅଙ୍ଗନବାଡ଼ି କର୍ମୀ ଓ ବ୍ଳକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

Comments are closed.