୧୦୦ ବର୍ଷର ସମସ୍ୟା, ୧୦୦ ଦିନରେ ସମାଧାନ – ବିସ୍ଥାପିତ ଲୋକଙ୍କୁ ପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳର ବିସ୍ଥାପିତ ଲୋକମାନଙ୍କର ଦୀର୍ଘ ଦିନର ଜମିଜମା ସମସ୍ୟା ଦୂର କରି ସେମାନଙ୍କୁ ଜମିପଟ୍ଟା ବଣ୍ଟନ କରିଛନ୍ତି। ଝାରସୁଗୁଡା ଜିଲ୍ଲା ଲଖନପୁର ତହସିଲର ଲୋକମାନେ ବର୍ଷ ବର୍ଷ ଧରି ଜମି ସମସ୍ୟା ପାଇଁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଅଗଷ୍ଟ ୨୦ ତାରିଖରେ ୫-ଟି ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଗସ୍ତ ପରେ ସମାଧାନ ପ୍ରକ୍ରିୟା ତ୍ବରାନ୍ବିତ ହୋଇଥିଲା। ଏମାନଙ୍କର ୧୮ଟି ରାଜସ୍ବ ଗ୍ରାମ ପାଇଁ ସର୍ଭେ ଆରମ୍ଭ ହୋଇଥିଲା। ଏଥିମଧ୍ୟରୁ ଆଜି ୭ଟି ଗାଁର ୮୬୬ଟି ପରିବାର ପାଇଁ ସର୍ଭେ ସଂପୂର୍ଣ୍ଣ କରାଯାଇ ଜମିପଟ୍ଟା ଦିଆଯାଇଛି। ବାକି ୧୧ଟି ଗାଁର ସର୍ଭେ ଚାଲିଛି। ଏହି ୧୧ଟି ଗାଁର ଖୁବଶୀଘ୍ର ୧୩୩୯ଟି ପରିବାର ଖୁବଶୀଘ୍ର ଜମିପଟ୍ଟା ପାଇବେ।

ସେହିପରି ଗଞ୍ଜାମ ଜିଲ୍ଲା ସୋରଡା ତହସିଲର ୨୨ଟି ଗାଁର ଜମି ୧୯୮୩ ମସିହାରେ ଜଳସଂପଦ ବିଭାଗ ନାମରେ ରେକର୍ଡ ହୋଇଥିଲା। ଆଜି ୧୭ଟି ଗାଁର ଜମି ରାଜସ୍ବ ବିଭାଗକୁ ଯାଇଛି ଏବଂ ସେଗୁଡିକର ସେଟେଲମେଣ୍ଟ ଚାଲିଛି। ଏମାନଙ୍କ ମଧ୍ୟରୁ ୯୬୨ ଜଣଙ୍କୁ ଆଜି ଘରଡିହ ପଟ୍ଟା ଓ ୭୦୦ ଜଣଙ୍କୁ ଜମିପଟ୍ଟା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଣ୍ଟନ କରିଛନ୍ତି।

Comments are closed.