ବୌଦ୍ଧ : ହରଭଙ୍ଗା ବ୍ଲକ ରାମଗଡ଼ ପଂଚାୟତ କାର୍ଯ୍ୟାଳୟ ପ୍ରାଙ୍ଗଣରେ ମଙ୍ଗଳବାର ବୌଦ୍ଧ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତି ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବ୍ଲକର ବିଭିନ୍ନ ସ୍ଥାନରୁ ୧୨୨ଟି ଅଭିଯୋଗ ପଞିକରଣ ହୋଇଥିଲା।ସେଥିରୁ ୧୧୬ଟି ବ୍ୟକ୍ତିଗତ, ୬ଟି ସାମୁହିକ ଅଭିଯୋଗ ରହିଥିଲା। ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ୮୬ଟି ଅଭିଯୋଗର ଶୁଣାଣି କରି ଏହାର ସମାଧାନ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରେଡକ୍ରସରୁ ଜଣଙ୍କୁ ୫ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିବା ବେଳେ ଜଣଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।
Sign in
Sign in
Recover your password.
A password will be e-mailed to you.
Comments are closed.